ppurohit

କୁଣ୍ଡାବୁଟୁଲା ଛେଳିଆ ସାହୁ ହାଇସ୍କୁଲର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ

2nd

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ୍‌ ଅନ୍ତର୍ଗତ କୁଣ୍ଡାବୁଟୁଲା ଛେଳିଆ ସାହୁ ହାଇସ୍କୁଲର ୩୬ତମ ପ୍ରତିଷ୍ଠା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ଉତ୍କଳ ଦିବସ ଅବସରରେ ପୂଜା ମଣ୍ଡପ ଓ ଭଗବାନ ଶ୍ରୀଗଣେଶ ଓ ବାଗ୍‌ଦେବୀ ସରସ୍ୱତୀଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା । ଜାତିର ପିତା ମହାତ୍ମା ଗାନ୍ଧୀ, ନେତାଜୀ ସୁବାଷ ଚନ୍ଦ୍ର ବୋଷ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୂର୍ତ୍ତିକୁ ଅତିଥିମାନଙ୍କ ଦ୍ୱାରା ଶୁଭ ଉଦ୍‌ଘାଟନ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଧୀର ସାହୁଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଳକ୍‌ ଶିକ୍ଷାଧିକାରୀ ବୈକୁଣ୍ଠ ନାଥ ଶବର, ମୁଖ୍ୟବକ୍ତା ଭାବେ ଖଇରା ସତ୍ୟ ମହିମା ସଂସ୍କୃତ ବିଦ୍ୟାପୀଠର ପ୍ରଧାନ ପଣ୍ଡିତ ଅକ୍ଷୟ କୁମାର ତ୍ୟାଗୀ, ସମ୍ମାନିତ ଅତିଥି ଭାବେ ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ସ୍କୁଲର ଉନ୍ନତି କରିବା ପାଇଁ ସମସ୍ତେ ଆଗେଇ ଆସିବା ପାଇଁ ଅତିଥିମାନେ ମତବ୍ୟକ୍ତ କରିଥିଲେ । ପରେ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଗୁଡିକ ପରିବେଷଣ ହୋଇଥିଲା । ଏଥିରେ ଶିକ୍ଷକ ଓ କର୍ମଚାରୀମାନେ ସହଯୋଗ କରିଥିଲେ ।

Leave A Reply

Your email address will not be published.