oom

ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଜିଲ୍ଲାସ୍ତରୀୟ ପ୍ରତିଷ୍ଠା ଦିବସ

jsmm

ରେଙ୍ଗାଲି : ସମ୍ବଲପୁର ଜିଲ୍ଲା ରେଙ୍ଗାଲିଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଆଜି ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ଦିବସ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମ୍ବଲପୁର ଜିଲ୍ଲାର ବିଭିନ୍ନ ବ୍ଲକରେ ଥିବା ୯ଟି ଆଦର୍ଶ ବିଦ୍ୟାଳୟରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀମାନେ ଅଂଶଗ୍ରହଣ କରିଥିଲେ । ବରିଷ୍ଠ ଏବଂ କନିଷ୍ଠ ଅଧାରରେ ମୋଟ ୧୧ ପ୍ରକାର ବିଭାଗରେ ୨୧ଟି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ପ୍ରତିଯୋଗିତାର ମୂଲ୍ୟାୟନ ପାଇଁ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟିତ୍ରୀମାନେ ବିଚାରକ ଭାବରେ ଯୋଗ ଦେଇଥିଲେ । ରେଙ୍ଗାଲି ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ରମଣିକାନ୍ତ ସାହୁଙ୍କ ସଭାପତିତ୍ୱରେ ପରିଚାଳିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଅଜାମ୍ବର ମହାନ୍ତି ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁକ୍ମଣ ପ୍ରଧାନ, ରେଙ୍ଗାଲି ବ୍ଲକ ଅଧ୍ୟକ୍ଷ ସତ୍ୟନାରାୟଣ ଅଗ୍ରୱାଲ, ରେଙ୍ଗାଲି ସରପଞ୍ଚ ଚିତ୍ତରଞ୍ଜନ ବାଗ, ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟା ତଥା ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ମାମିନୀ ସାହୁ ଏବଂ ପୂର୍ବତନ ବିଆର୍‌ସିସି ବିନୋଦବିହାରୀ ନନ୍ଦ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ । ଅତିଥିମାନେ କୃତିତ୍ୱ ଅର୍ଜନ କରିଥିବା ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ ।

jittmm
Leave A Reply

Your email address will not be published.