ଚଳିତ ଏପ୍ରିଲ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ପାଳନ ହେବ ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ଚଳିତ ଏପ୍ରିଲ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ତିନିଦିନ ପାଳନ ହେବ । ଏଥିପାଇଁ ଏକ ଉଚ୍ଚସ୍ତରୀୟ ବୈଠକ @DC_Odisha ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଚଳିତ ବର୍ଷ ରାଜଧାନୀ ପ୍ରତିଷ୍ଠାର ପ୍ଲାଟିନମ୍ ଜୟନ୍ତି ପାଳନ କରାଯିବ । ଉତ୍ସବକୁ ଅଧିକ ସରସ ସୁନ୍ଦର କରିବା ପାଇଁ ନିଷ୍ପତ୍ତି ହୋଇଛି । ବୈଠକରେ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, @cpbbsrctc, ସୌମେନ୍ଦ୍ର ପ୍ରୀୟଦର୍ଶୀ, @bmcbbsr କମିଶନର ବିଜୟ ଅମୃତ କୁଲାଙ୍ଗେ, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ୍ ରାମଚନ୍ଦ୍ର ଯାଦବ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.