ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ପ୍ରତିଷ୍ଠା ଦିବସ

ମ.ରାମପୁର, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁରରେ ଥିବା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୩୨ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ତ୍ରିପାଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପରିଚାଳନା କମିଟି ସଭାପତି ଅଶ୍ୱିନୀ କୁମାର ପଣ୍ଡା, ସମ୍ପାଦକ ରଜନୀକାନ୍ତ ମହାଖୁଡ଼, ପୂର୍ବତନ ପ୍ରଧାନ ଆଚାର୍ଯ୍ୟ ଗୋପାଳକୃଷ୍ଣ ମାଝୀ, ସମାଜକର୍ମୀ ଶିବ ଶଙ୍କର ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ରହି ବିଦ୍ୟାଳୟର ମ.ରାମପୁର ଅଞ୍ଚଳରେ ଗୁରୁତ୍ୱ, ଶିକ୍ଷା ଅନୁଷ୍ଠାନ ସମାଜ ପାଇଁ ଆବଶ୍ୟକତା ସମ୍ପର୍କରେ ଆଲୋଚନା କରିଥିଲେ । ବିଦ୍ୟାଳୟର ଛାତ୍ରୀମାନେ ପ୍ରାରମ୍ଭିକ ପର୍ଯ୍ୟାୟରେ ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ । ଏହି ଅବସରରେ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ପୁରାତନ ଆଚାର୍ଯ୍ୟ, ଆର୍ଚର୍ଯ୍ୟା, ପୂର୍ବତନ ପରିଚାଳନା କମିଟି ସଦସ୍ୟ ବୃନ୍ଦ, ଅଭିଭାବକମାନେ ଉପସ୍ଥିତ ରହିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଗୁରୁଜୀ, ଗୁରୁମା ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.