csstore

ଭବାନୀପାଟଣା ରିଜର୍ଭ ପୋଲିସ ପଡ଼ିଆ ଠାରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଭବାନୀପାଟଣା ରିଜର୍ଭ ପୋଲିସ ପଡ଼ିଆ ଠାରେ କଳାହାଣ୍ଡି ଏସ୍‌ପି ନାଗରାଜ ଦେବର କୋଣ୍ଡାଙ୍କ ନେତୃତ୍ୱରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏପ୍ରିଲ ପହିଲା ଦିନଟିକୁ ଓଡ଼ିଶା ଦିବସ ରୂପେ ପାଳନ କରାଯାଇ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର କର୍ଣ୍ଣଧାର ମାନଙ୍କୁ ସମ୍ମାନ ଅର୍ପଣ କରାଯାଇଛି । ଏହି ଦିନରେ ରାଜ୍ୟରେ ପ୍ରତିଷ୍ଠା ହୋଇଥିଲା ରାଜ୍ୟର ସୁରକ୍ଷା ବାହିନୀ ଓଡ଼ିଶା ପୋଲିସ । ଏହି ପରିପ୍ରେକ୍ଷୀରେ ଆଜି କଳାହାଣ୍ଡି ଜିଲ୍ଲା ପୋଲିସ ପକ୍ଷରୁ ୯୦ତମ ଓଡ଼ିଶା ପୋଲିସ ପ୍ରତିଷ୍ଠା ଦିବସ ସ୍ଥାନୀୟ ରିଜର୍ଭ ପଡ଼ିଆ ଠାରେ ପାଳିତ ହୋଇଥିବା ବେଳେ ସୁରକ୍ଷା ବାହିନୀର ପୋଲିସ, ଟ୍ରାଫିକ ନିୟନ୍ତ୍ରଣ ପୋଲିସ, ବାଟାଲିୟନ ପୋଲିସ ଆଦି ସାମିଲ ହୋଇଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ କଳାହାଣ୍ଡି ଏସ୍‌ପି ନାଗରାଜ ଦେବରକୋଣ୍ଡା ଉପସ୍ଥିତ ରହି ଆୟୋଜିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ୍ ପ୍ରକାଶ ଯୋଗଦେଇ ୯୦ ବର୍ଷ ଧରି ନିରନ୍ତର ଭାବେ ପୋଲିସ ବାହିନୀ ଶାନ୍ତି ଶୃଙ୍ଖଳା ରକ୍ଷା ଦିଗରେ କରି ଆସୁଥିବା କାର୍ଯ୍ୟକୁ ପ୍ରଶଂସା କରିଥିଲେ । ପରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପୋଲିସ କର୍ମଚାରୀ ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।

jayashree
Leave A Reply

Your email address will not be published.