- ଖୁବ୍ ଶୀଘ୍ର ପୂରଣ ହେବ ଖାଲି ପଦବୀ
ଭୁବନେଶ୍ୱର : ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ଭବଦ୍ଭ ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ । ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି । ୨୩୬୯ ପଦବୀ ଖାଲି ଅଛି । ଏହି ନିଷ୍ପତ୍ତି ଦ୍ୱାରା ଖାଲି ଥିବା ପଦବୀ ଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ ।