centurian jitm

ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସ୍ୱତନ୍ତ୍ର ପ୍ରୟାସ

nschool
  • ୧୯୩୦କୁ କଲ କରି ଜଣାଇ ପାରିବେ ସାଇବର ଅପରାଧ ସଂପର୍କିତ ଅଭିଯୋଗ
  • ତୃଣମୂଳସ୍ତରରୁ ସଚେତନତା ସୃଷ୍ଟି ପାଇଁ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ୱାରୋପ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ସାଇବର ଅପରାଧ ରୋକିବାକୁ ସରକାରୀ ସ୍ତରରେ ଯାରି ପ୍ରୟାସକୁ ଆହୁରି ବ୍ୟାପକ କରାଯିବ । ଦୈନିକ ଆର୍ଥିକ ଏବଂ ମହିଳା ଓ ଶିଶୁମାନଙ୍କ ଉପରେ ଯୌନଜନିତ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଏଥି ନିମନ୍ତେ ଏକ ବୈଠକ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ତୃଣମୂଳ ସ୍ତରରେ ସାଇବର ଅପରାଧ ବିରୋଧ ବିରୋଧି ସଚେତନତା କାର୍ଯ୍ୟକ୍ରମ ଆରମ୍ଭ କରିବା ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ୱାରୋପ କରିଛନ୍ତି । ବିଶେଷକରି ବୃଦ୍ଧବୃଦ୍ଧା, ଛାତ୍ରଛାତ୍ରୀ, ଆଶା ଓ ଅଙ୍ଗନୱାଡି କର୍ମୀ, ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟଙ୍କ ସମେତ ଉକ୍ତ ଅଭିଯାନରେ ସବୁ ବର୍ଗକ ସାମିଲ କରବାକୁ ଶ୍ରୀ ମହାପାତ୍ର ପରାମର୍ଶ ଦେଇଥିଲେ । ଏଥି ନିମନ୍ତେ ୩୪ଟି ସଚେତନତା ରଥ ରାଜ୍ୟର ପ୍ରତ୍ୟେକ ଥାନାକୁ ଗସ୍ତ କରି ଭିଡିଓ ଅଡିଓ ମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରିବ । ସ୍କୁଲ ଓ ଅଙ୍ଗନୱାଡି କେନ୍ଦ୍ରର କାନ୍ଥରେ ପେଣ୍ଟିଂ ମାଧ୍ୟମରେ ସଚେତନତା ସୃଷ୍ଟି କରିବ । ଏପରିକି ବିଦ୍ୟାଳୟ ସ୍ତରରେ ଅଭିଭାବକ-ଶିକ୍ଷକ ମାନଙ୍କ ବୈଠକରେ ସାଇବର କ୍ରାଇମ ପ୍ରତି ସଚେତନ ରହିବାକୁ ମଧ୍ୟ ଆଲୋଚନା ହେବ । ଅର୍ଥ ନେଣଦେଣ ପୂର୍ବରୁ ସତ୍ୟତା ଯାଞ୍ଚ କରିବା, ଅଜଣା ବ୍ୟକ୍ତିଙ୍କ ସହ ଅନାବଶ୍ୟକ ବନ୍ଧୁତା ରକ୍ଷା ନକରିବା, ଅଜଣା ଏସ୍‌ଏମ୍‌ଏସ୍‌ ଲିଙ୍କ କିମ୍ବା ସନ୍ଦେହାତ୍ମକ ଆପ୍‌ ଡାଉନଲୋଡ ନକରିବା ଉପରେ ମୁଖ୍ୟତଃ ସଚେତନ ସୃଷ୍ଟି କରିବା ନେଇ ବୈଠକରେ ଆଲୋଚନା ହୋଇଥିଲା । ଉଭୟ ଅନଲାଇନ ଏବଂ ଅଫଲାଇନ ମାଧ୍ୟମରେ ମଧ୍ୟ ଅଭିଯାନ ଯାରି ରହିବ । ବିଭିନ୍ନ ସାମାଜିକ ଗଣମାଧ୍ୟମରେ ମଧ୍ୟ ନିୟମିତ ଭାବରେ ସାଇବର ଅପରାଧ ନିୟନ୍ତ୍ରଣ ଜନିତ ବାର୍ତ୍ତା ପ୍ରଦାନ କରାଯିବ । ଏଥି ନିମନ୍ତେ ବିଭିନ୍ନ ଆଲୋଚନାଚକ୍ରର ମଧ୍ୟ ଆୟୋଜନ କରାଯିବ । ଏପରିକି ‘ସଚେତନ ରହିବା ଏବଂ ସୁରକ୍ଷିତ ରହିବା- ସାଇବର ଅପରାଧ ମୁକ୍ତ ଓଡିଶା’ ଉପରେ ରୋଡ ରନ, ସାଇକ୍ଲୋଥନ, ଶୋଭାଯାତ୍ରା, ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ବକୃତା, ପ୍ରବନ୍ଧ ଓ କୁଇଜ ପ୍ରତିଯୋଗିତା ମଧ୍ୟ କରାଯିବ । ଏଭଳି ଅଭିଯାନ ଆରମ୍ଭ କରିବାରେ ଓଡିଶା ହେଉଛି ଦେଶର ପ୍ରଥମ ରାଜ୍ୟ । ସୂଚନାଯୋଗ୍ୟ ଯେ, ଦେଶରେ ୨୦୨୨ ମସିହା ୫୨ ହଜାର ୯୭୫ ମାମଲା ପଞ୍ଜିକୃତ ହୋଇଥିଲା । ଯାହା ଏହାର ପୂର୍ବ ଅପେକ୍ଷା ସାଇବର ଅପରାଧଜନିତ ମାମଲା ୫.୯ ପ୍ରତିଶତ ବୃଦ୍ଧି ପାଇଥିଲା । ସେହିଭଳି ଓଡିଶାରେ ୨୦୧୯ ମସିହା ୧୪୮୫ଟି, ୨୦୨୦ରେ ୧୯୩୧ ଏବଂ ୨୦୨୧ରେ ୨୦୩୭ଟି ମାମଲା ରୁଜୁ ହୋଇଛି । ଅନ୍ୟପକ୍ଷରେ ସାଇବର ହେଲ୍ପ ଡେସ୍କ ମାଧ୍ୟମରେ ରାଜ୍ୟରେ ୨୦୨୧ ମସିହାରେ ୩୪୦୨ଟି ପିଟିସନ ଗ୍ରହଣ କରାଯାଇଥିବା ବେଳେ ୨୦୨୨ ମସିହା ୭୭୦୦ଟି ପିଟିସନ ଗ୍ରହଣ କରାଯାଇଛି । କୌଣସି ବ୍ୟକ୍ତି ସାଇବର ଅପରାଧ ସଂପର୍କରେ ଅଭିିଯୋଗ କରିବାକୁ ହେଲେ ୧୯୩୦ ସହ ଯୋଗାଯୋଗ କରି ଅଭିଯୋଗ କରିପାରିବେ । ଉକ୍ତ ବୈଠକରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂ, ଇଲୋକଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା ବିଭାଗ ଶାସନ ସଚିବ ଶ୍ରୀମତୀ ସୁଜାତା କାର୍ତ୍ତିକେୟନ, ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଅଶ୍ୱଥି ଏସ୍‌, ମହିଳା ଓ ଶିଶୁ ବିକାଶ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ, ଆଇଜି ଅଫ୍‌ ପୋଲିସ ସିଆଇଡିସିବି ସିଫିନ୍‌ ଅହମ୍ମଦ କେ, ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.