ଗଞ୍ଜାମ ପ୍ରେସ କ୍ଳବ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ପ୍ରେସକ୍ଳବ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି । ସହରସ୍ଥିତ ସାନ ବଜାର ପ୍ରାଥମିକ ବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ନିଜକୁ ସମାଜ କଲ୍ୟାଣ ଦିଗରେ ନିୟୋଜିତ କରିବା ପାଇଁ ଶପଥ ନେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଶିକ୍ଷାବିତ ଗୋପାଳ ବେହେରା, ଯୁବନେତା ସୁଧିର କୁମାର ପାଢୀ ସମ୍ମାନିତ ଅତିଥିଭାବେ ଯୋଗଦେଇଥିଲେ । ଗଂଜାମ ପ୍ରେସ କ୍ଳବ ସଭାପତି ଶବର କୁମାର ତରାଇ, ଉପଦେଷ୍ଟା ଉମାକାନ୍ତ ବେହେରା, ସମ୍ପାଦକ ବିଦ୍ୟାଧର ସାହୁ, ସହ ସମ୍ପାଦକ ନିରଞ୍ଜନ ପରିଡା, ବଟକୃଷ୍ଣ ରାଉଳ, ରାକେଶ ରଞ୍ଜନ ଦାଶ, କେ.ରଜନୀକାନ୍ତ ରେଡି, ମନୋଜ ପ୍ରଧାନ ପ୍ରମୁଖ ପ୍ରେସ କ୍ଳବ କର୍ମକର୍ତା ଓ ସଦସ୍ୟମାନେ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.