ଭିନ୍ନକ୍ଷମଙ୍କୁ ଜୀବନ ସାଥୀ ଭାବେ ଗ୍ରହଣ କରି ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା ୩ ଦମ୍ପତିଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରୋତ୍ସାହନ ରାଶି ପ୍ରଦାନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଭିନ୍ନକ୍ଷମଙ୍କୁ ଜୀବନ ସାଥୀ ଭାବେ ଗ୍ରହଣ କରି ମୁଖ୍ୟ ସ୍ରୋତରେ ସାମିଲ ହୋଇଥିବା ୩ ଦମ୍ପତିକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଛି । ଜିଲ୍ଲାପାଳ ଚଂଚଳ ରାଣା ୩ ଦମ୍ପତିଙ୍କୁ ଦୁଇ ଲକ୍ଷ ପଚାଶ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରିଛନ୍ତି । ଏଭଳି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା ଆଗାମୀ ସମୟରେ ଯୁବ ସମାଜକୁ ପ୍ରୋତ୍ସାହିତ କରିବ ବୋଲି ସାଧାରଣରେ ବିଶ୍ୱାସ କରାଯାଉଛି ।

Leave A Reply

Your email address will not be published.

error: Content is protected !!