
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ଠାରେ ବଙ୍ଗୋମୁଣ୍ଡା ସାମ୍ବାଦିକ ଭବନ ନିର୍ମାଣ ପାଇଁ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଥମେ ବଙ୍ଗୋମୁଣ୍ଡା ଗାଁର ଅଧିଷ୍ଠାତ୍ରୀ ଦେବୀ ମା’ ଦ୍ୱାରସେନିଙ୍କ ଫଟୋଚିତ୍ରରେ ପୂଜାର୍ଚ୍ଚନା କରାଯିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । ସାମ୍ବାଦିକ ସଂଘର ସଭାପତି ରଶ୍ମିରଞ୍ଜନ ପୁଟେଲଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ସମ୍ମାନୀୟ ଅତିଥି ଭାବେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ତଥା ସିନ୍ଧେକେଲା ସମିତି ସଭ୍ୟ ଭୋଳନାଥ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ସଂଘର ସାଧାରଣ ସମ୍ପାଦକ ହୁଲେଶ୍ୱର ହଂସ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ଏଥିରେ କାର୍ଯ୍ୟକାରୀ ସଭାପତି ଅଶୋକ ନାରାୟଣ ଭୋଇ କୋଷାଧ୍ୟକ୍ଷ ଦୀପକ ଯାଦବ, ଉପସଭାପତି ଅନିଲ ତ୍ରିପାଠୀ, ଉପଦେଷ୍ଟା ଅଶୋକ ଖମାରୀ, ସୁଶାନ୍ତ ଥନାପତି, ରାଧେଶ୍ୟାମ ମେହେର, ଦୀପକ ପାଣିଗ୍ରାହୀ, ନିତ୍ୟାନନ୍ଦ ପୃଷେଠ, ସ୍ୱେଚ୍ଛାସେବୀ ଭକ୍ତବନ୍ଧୁ ସାହୁ ପ୍ରମୁଖ ସହଯୋଗ କରିଥିଲେ । ଏଥିରେ ବିଭିନ୍ନ ସଂଗଠନର କର୍ମକର୍ତ୍ତାମାନେ ସାମିଲ ହୋଇଥିଲେ ।