ଭୁବନେଶ୍ୱର, (କେପିଏନ୍ଏସ୍) : ବାତ୍ୟା ପ୍ରଭାବିତ ଜିଲ୍ଲାର ଅଧିକାଂଶ ଉପଭୋକ୍ତାଙ୍କୁ ବିଦ୍ୟୁତ ସଂଯୋଗ ପ୍ରଦାନ କରାଯାଇଛି । ଅଧିକ ପ୍ରଭାବିତ ହୋଇଥିବା ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲା ପାଇଁ ସ୍ୱତନ୍ତ୍ର ଭାବରେ ଏକ ହଜାର କୁଶଳୀ ଶ୍ରମିକଙ୍କୁ ନିୟୋଜିତ କରାଯାଇଛି । ଆଜି ରାତି ସୁଦ୍ଧା ୮୦ ପ୍ରତିଶତ ଉପଭୋକ୍ତାଙ୍କୁ ବିଦ୍ୟୁତ ପ୍ରଦାନ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ ହୋଇଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।