jayashree

ଓଡ଼ିଶାକୁ ସୁଭାଷ ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର

ଭୁବନେଶ୍ୱର : ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଓଡିଶାକୁ ସୁଭାଷ ଚନ୍ଦ୍ର ବୋଷ ବିପର୍ଯ୍ୟୟ ପରିଚାଳନା ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀ ସ୍ଥିତ ବିଜ୍ଞାନ ଭବନରେ ତୃତୀୟ ବିପର୍ଯ୍ୟୟ ବିପଦ ହ୍ରାସ ମଞ୍ଚ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମ୍ମାନ ପ୍ରଦାନ କରିଛନ୍ତି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ପ୍ରଧାନମନ୍ତ୍ରୀଙ୍କ ଠାରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ।

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଜୟନ୍ତୀରେ କେନ୍ଦ୍ର ସରକାର ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓଏସଡିଏମଏ)କୁ ଏହି ସମ୍ମାନ ପ୍ରଦାନ ପାଇଁ ଘୋଷଣା କରିଥିଲେ । ପୁରସ୍କାର ବାବଦରେ ୫୧ ଲକ୍ଷ ଟଙ୍କାର ଅର୍ଥ ରାଶି ସହିତ ପ୍ରମାଣ ପତ୍ର ପ୍ରଦାନ କରାଯାଇଛି । ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି । ବାତ୍ୟାଠୁ ବନ୍ୟା ଭଳି ବିପର୍ଯ୍ୟୟ ସମୟରେ ଓଡ଼ିଶାର ପରିଚାଳନା ଖୁବ୍‌ ଭଲ ରହିଛି । ଲଗାତର ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ଉତ୍ତମ ପ୍ରଦର୍ଶନ କରିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.