oom

ଲେବଡା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

jsmm

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲେବଡା ଗ୍ରାମରେ ଥିବା ପାଟଣେଶ୍ୱରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ଦୁତିବାହାନ ମୁନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶାନ୍ତନୁ କୁମାର ପଢିହାରୀ, ମୁଖ୍ୟବକ୍ତା ରୂପେ ବିଜେପୁର ହାଇସ୍କୁଲ୍ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ଦାସ, ସମ୍ମାନିତ ଅତିଥି ରୂପେ ଲେବଡା ସରପଞ୍ଚ ଦମୟନ୍ତୀ ହାତୀ, କ୍ରୀଷ୍ଣା ହସ୍ପିଟାଲ ରାୟପୁରର ନିର୍ଦ୍ଦେଶକ ଡ. ଦୀନେଶ ଛତରୀ, ତେନ୍ତୁଳିଖୁଣ୍ଟି ହାଇସ୍କୁଲର ପୂର୍ବତନ ପ୍ରଧାନଶିକ୍ଷକ ସୁବାଷ ଚନ୍ଦ୍ର କର, ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ସୁରେନ୍ଦ୍ର ସାହୁ, ଲେବଡା କ୍ଲଷ୍ଟର ସିଆର୍‌ସିସି ପଦ୍ମଲୋଚନ ତାଣ୍ଡି ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡମ୍ବରୁଧର ମାଝି ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ଓ ପରିବେଶ ସୁରକ୍ଷା ସମ୍ପର୍କରେ ମତବ୍ୟକ୍ତ କରିଥିଲେ । ଅତିଥିମାନେ ବୃକ୍ଷରୋପଣ କରିବା ସହ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ । ଶିକ୍ଷକ ତୋଷ କୁମାର ସାହୁଙ୍କ ସଭା ପରିଚାଳନାରେ ଶିକ୍ଷୟିତ୍ରୀ ସ୍ନିଗ୍ଧାମୟୀ ସାହୁ ବାର୍ଷିକ ବିବରଣୀ ଉପସ୍ଥାପନା ଓ ଶିକ୍ଷୟିତ୍ରୀ ଦୀପା ନାୟକ ଧନ୍ୟବାଦ୍ ଦେଇଥିଲେ । ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥଲା । ଏହି ଉତ୍ସବରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ରିତେଶ କୁମାର ତ୍ରିପାଠୀଙ୍କ ସହ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି ସମ୍ପୁର୍ଣ୍ଣ ସହଯୋଗ କରିଥିଲେ ।

jittmm
Leave A Reply

Your email address will not be published.