ଗାଳ୍ପିକା ମିନାକ୍ଷୀରାଣୀ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟତ୍ରୀ ଶ୍ରୀମତୀ ମିନାକ୍ଷୀରାଣୀ ମିଶ୍ର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୪ ଲାଭ କରିଛନ୍ତି । ଶିକ୍ଷାଦାନରେ ନିଜର ଉତ୍କୃଷ୍ଟତା ପାଇଁ ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଜିଲ୍ଲା ଶିକ୍ଷାଧିକାରୀ ବଲାଙ୍ଗିର କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଆୟୋଜିତ ଜିଲ୍ଲାସ୍ତରୀୟ ଗୁରୁଦିବସ ଉତ୍ସବରେ ଶ୍ରୀମତୀ ମିଶ୍ରଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି । ଏହି ଉତ୍ସବରେ ଜିଲ୍ଲା ଶିକ୍ଷାଧିକାରୀ ପ୍ରଦୀପ ନାଗ ସଭାପତିତ୍ଵ କରିଥିଲେ । ଏଥିରେ ମୁଖ୍ୟଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ସମ୍ମାନିତ ଅତିଥ୍ୟ ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ଯୋଗଦେଇଥିଲେ । ଗଳ୍ପ ରଚନା କ୍ଷେତ୍ରରେ ମଧ୍ୟ ନିଜର ସ୍ୱତନ୍ତ୍ରତା ପାଇଁ ଶ୍ରୀମତୀ ମିଶ୍ର କଥା ନବପ୍ରତିଭା ପୁରସ୍କାର ୨୦୧୫ରେ ସମ୍ମାନୀତ ହୋଇସାରିଛନ୍ତି ।

Leave A Reply

Your email address will not be published.