ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହେଲେ ସହକାରୀ ଶିକ୍ଷକ ଭାଗ୍ୟବାନ ବାଗ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ପବିତ୍ର ଗୁରୁ ଦିବସ ଅବସରରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ବାଙ୍କେଲ ଉଚ୍ଚ ବିଦ୍ୟାଳୟର ସହକାରୀ ଶିକ୍ଷକ ଭାଗ୍ୟବାନ ବାଗ ସ୍କୁଲ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ସରକାରଙ୍କ ଦ୍ଵାରା ମନୋନୀତ ହୋଇ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ମାନିତ ହୋଇଛନ୍ତି । ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ଗୁରୁଦିବସ ଓ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ ଉତ୍ସବରେ ବହୁ ସଂଖ୍ୟକ ଅତିଥିଙ୍କ ଉପସ୍ଥିତିରେ ଶ୍ରୀ ବାଗଙ୍କୁ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି ପୁରସ୍କାର ପାଇବା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି ।

Leave A Reply

Your email address will not be published.