pakka

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଲା ସୁଲେକେଲା ଗ୍ରାମପଞ୍ଚାୟତ

bbehera

ପାଟଣାଗଡ଼, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ବ୍ଲକ ସୁଲେକେଲା ଗ୍ରାମପଞ୍ଚାୟତକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରରେ ସମ୍ବର୍ଦ୍ଧିତ କରାଯାଇଛି । ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଲେକେଲା ସରପଞ୍ଚ ଶ୍ୟାମସୁନ୍ଦର ଚିରାଗୁନଙ୍କୁ ଟ୍ରଫି ସହ ମାନପତ୍ର ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ବିଦ୍ୟାଳୟ ଶିକ୍ଷାର ସାମଗ୍ରିକ ବିକାଶ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଥିବା ଜଣାପଡିଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି. କେ. ପଣ୍ଡିଆନ, ବିଦ୍ୟାଳୟ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ଅନୁସୂଚିତ ଜନଜାତି,ଜାତି, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ପଞ୍ଚାୟତି ରାଜ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଉପଦେଷ୍ଟା ଗଣଶିକ୍ଷା ବିଭାଗ (ଛାତ୍ରବୃତ୍ତି) ଶିଶିର ପରିଜା, ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ଅଶ୍ୱଥି ଏସ୍‌, ଓସେପାର ସ୍ୱତନ୍ତ୍ର ପ୍ରୋଜେକ୍ଟ ଡାଇରେକ୍ଟର ପ୍ରମୁଖ ଉପସ୍ଥିତ ଥିଲେ । ସୁଲେକେଲା ଗ୍ରାମ ପଞ୍ଚାୟତକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଥିବାରୁ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ବଲାଙ୍ଗିର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶୁଭେଚ୍ଛାର ସୁଅ ଛୁଟୁଛି ।

Leave A Reply

Your email address will not be published.

4 × 3 =