ପଦ୍ମପୁର, (ନିରୋଜ କୁମାର ପାଣୀ) : ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବୁଧବାର ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମରେ ପାଇକମାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦ୍ୱାଦଶ କୁମାର ପଧାନ ରାଜ୍ୟର ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ରୂପେ ମୁଖମନ୍ତ୍ରୀ ଶିକ୍ଷା ପୁରସ୍କାରରେ ପୁରସ୍କୃତ ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନଗଦ ରାଶି ସହ ମାନପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ କରିଛନ୍ତି । ଉକ୍ତ କାର୍ଯ୍ୟକ୍ରମରେ ୫-ଟି ସଚିବ ଭି. କେ. ପାଣ୍ଡିଆନ, ଶିକ୍ଷାମନ୍ତ୍ରୀ ସୁଦାମ ମାରାଣ୍ଡି, ଶିକ୍ଷା ସଚିବ ଅଶ୍ୱିନୀ ଏସ୍ଙ୍କ ସହ ଅନ୍ୟାନ୍ୟ ରାଜ୍ୟସ୍ତରୀୟ ପ୍ରମୁଖ ଅଧିକାରୀ ଉପସ୍ଥିତ ଥିଲେ । ରାଜ୍ୟର ବିଭିନ୍ନ ଜିଲ୍ଲାର ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ପରିଚାଳନା କମିଟି, ପୁରାତନ ଛାତ୍ର କମିଟି, ଶିକ୍ଷା ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ । ଏହି ସଫଳତା ପାଇଁ ପରିବାର, ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ, ଅଭିଭାବକ, ଅଭିଭାବିକା ତଥା ଅଞ୍ଚଳର ସମସ୍ତ ଶୁଭେଚ୍ଛୁମାନଙ୍କଠାରେ କୃତଜ୍ଞତା ଜଣାଇଛନ୍ତି ।
Next Post