pakka

ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ

bbehera

ଆନନ୍ଦପୁର : ପୂର୍ବଶତ୍ରୁତାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଉଭୟ ପକ୍ଷର ୭ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଆଗରଦା ଗାଁର ଘଟଣା । ଖବର ଅନୁଯାୟୀ, ଆଗରଦା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ପୂର୍ବରୁ କଳହ ଲାଗିରହିଥିଲା । ଶେଷରେ ପୂର୍ବ କଳହରୁ ହୋଇଛି ତୁମୁଳକାଣ୍ଡ । ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଦେଖିବାକୁ ମିଳିଛି । ଯେଉଁଥିରେ ଉଭୟ ପକ୍ଷର ୮ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ପ୍ରଥମେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସେଠାରେ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ କଟକ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ ପରେ ଗାଁରେ ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସ୍ଥାନୀୟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି । ଏହାସହ ପୂର୍ବରୁ କେଉଁ କାରଣକୁ ନେଇ ବିବାଦ ହୋଇଥିଲା । ସେ ନେଇ ଖୋଳତାଡ଼ ଜାରି ରଖିଛି ପୋଲିସ୍‌ ।

jay balangir
Leave A Reply

Your email address will not be published.

three × 1 =

error: Content is protected !!