om academy

ପୂର୍ବତନ ବିଧାୟକ ସୁବଳ ସାହୁଙ୍କ ଶ୍ରାଦ୍ଧୋତ୍ସବ

jsm

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ପୂର୍ବତନ ବିଧାୟକ ସୁବଳ ସାହୁଙ୍କ ପୂଣ୍ୟ ଶ୍ରାଦ୍ଧୋତ୍ସବ ପାଳିତ ହୋଇଯାଇଛି । ଦିବଂଗତ ବିଧାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଏଥିରେ ସମାଜ ଖବର କାଗଜର ପୂର୍ବତନ ସମ୍ପାଦକ ବାମାପଦ ତ୍ରିପାଠୀ ଅତିଥି ଭାବେ ଯୋଗ ଦେଇ ଶିଶୁ ମାନଙ୍କୁ ମିଷ୍ଟାନ୍ନ ଏବଂ ଅସହାୟଙ୍କୁ ବସ୍ତ୍ର ବଣ୍ଟନ କରିଥିଲେ । ଏଥିରେ ବିଜେପୁର ବିଧାୟିକା ରୀତା ସାହୁ ଓ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ମାନେ ଉପସ୍ଥିତ ଥିଲେ । ଏହି ଅବସରରେ କୃଷକ ପଲ୍ଲୀ ଠାରେ ଓଡିଶା ମୋ ପରିବାର ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା । ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଏବଂ ଓଡ଼ିଶା ମୋ ପରିବାରର ସଂଯୋଜକ ଗୈାର ମିଶ୍ର ଯୋଗ ଦେଇ ଶିବିରକୁ ଉଦଘାଟନ କରିଥିଲେ । ଶିବିରକୁ ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ, ଟିକାୟତ ମହତ୍ତମ, ରସାନନ୍ଦ ଥାପା, ସୁଧୀର ଗଡତିଆ ପରିଚାଳନା କରିଥିଲେ । ଶିବିରରୁ ୩୦ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।

Leave A Reply

Your email address will not be published.