ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ତିନି ଦିନଆ ପୁରୀ ଗସ୍ତ

ପୁରୀ, (ଦିଲ୍ଲୀପ କୁମାର ଧାଉଡିଆ) : ଆଜି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତିନି ଦିନିଆ ଗସ୍ତରେ ପୁରୀରେ ପହଞ୍ଚିଛନ୍ତି । ତେବେ ଏହି ଅବସରରରେ ରାଜଭବନର ନବୀକରଣ ଭବନକୁ ସେ ଉଦଘାଟନ କରିଥିବା ବେଳେ ଫନି ବାତ୍ୟାରେ ରାଜଭବନ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିଲା । ରାଜଭଵନ ପରିସରରେ ଥିବା ଶୀଲା ଉପବନରେ ବୃକ୍ଷରୋପଣ କରି ବନୀକରଣର ଶୁଭାରମ୍ଭ କରିଛନ୍ତି ରାଜ୍ୟପାଳ । ଏହି ଉପବନକୁ ଧର୍ମପତ୍ନୀ ସ୍ୱର୍ଗତା ସୁଶୀଳା ଦେବୀଙ୍କ ସ୍ମୃତିରେ ଉତ୍ସର୍ଗୀକୃତ କରିଛନ୍ତି । ତେବେ ଏହି କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ପ୍ରମୋଦ ମେହେର୍ଦ୍ଦା, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱାର ବିଶାଲ ସିଂ, ଗୃହ ନିର୍ମାଣ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ଚନ୍ଦ୍ର ତ୍ରିପାଠୀ, ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଗିରୀଶ ଚନ୍ଦ୍ର ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

jittmm
Leave A Reply

Your email address will not be published.