ପୁରୀ ବାଣ ବିସ୍ଫୋରଣ ଘଟଣା : ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତକଙ୍କୁ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ମୃତକ ପରିବାରଙ୍କ ପାଇଁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହା ପୂର୍ବରୁ ଗୁରୁବାର ସକାଳେ ପୁରୀ ବାଣ ବିସ୍ଫୋରଣ ଘଟଣାରେ ଚିକିତ୍ସିତ ହେଉଥିବା ଆହତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭେଟିବା ସହ ସେମାନଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରି ବୁଝିଛନ୍ତି । ମୁଖ୍ୟମନ୍ତ୍ରୀ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହାସହ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ବରିଷ୍ଠ ଡାକ୍ତରଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ ଆଲୋଚନା କରିଛନ୍ତି ।

Leave A Reply

Your email address will not be published.