ରଜ ପର୍ବ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରଜ ପର୍ବ ଅବସରରେ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହାର୍ଦ୍ଦିକ ଶୁଭକାମନା ଜଣାଇବା ସହ ସେ ନିଜ ଟ୍ୱିଟରରେ ଲେଖିଛନ୍ତି ଯେ, ‘ରଜ ପର୍ବ’ର ପବିତ୍ର ଅବସରରେ ହାର୍ଦ୍ଦିକ ଶୁଭକାମନା । ସମସ୍ତଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ମଙ୍ଗଳମୟ ଜୀବନ କାମନା କରୁଛି ।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଇ ଟ୍ୱିଟରରେ ଲେଖିଛନ୍ତି ଯେ, ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଅଭିନନ୍ଦନ । ବସୁଧା, ପ୍ରକୃତି ଓ ନାରୀମାନଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା । କୋଭିଡ ସଙ୍କଟ ସମୟରେ ପରିବାର ଲୋକଙ୍କ ସହ ଘରେ ରହି ଏହାକୁ ପାଳନ କରନ୍ତୁ । ସମସ୍ତଙ୍କ ସଚେତନତା ଓ ସହଯୋଗ, କୋଭିଡ ଯୁଦ୍ଧରେ ଆମକୁ ନିଶ୍ଚୟ ବିଜୟୀ କରିବ ।

Leave A Reply

Your email address will not be published.