csstore

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୧୯୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ୧୦୮୦୯ରେ ପହଂଚିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୯୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୯୮ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୪୯, ବାଲେଶ୍ୱରରୁ ୬୯, ବରଗଡ଼ରୁ ୧୦, ଭଦ୍ରକରୁ ୧୫, ବଲାଙ୍ଗିରରୁ ୯, ବୌଦ୍ଧରୁ ୩, କଟକରୁ ୧୬୧, ଦେବଗଡ଼ରୁ ୫, ଢେ଼ଙ୍କାନାଳରୁ ୩୧, ଗଜପତିରୁ ୨, ଗଂଜାମରୁ ୧୩, ଜଗତସିଂହପୁରରୁ ୫୬, ଯାଜପୁରରୁ ୫୦, ଝାରସୁଗୁଡ଼ାରୁ ୧୦, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୯, କେଉଁଝରରୁ ୨୦, ଖୋର୍ଦ୍ଧାରୁ ୪୨୫, କୋରାପୁଟରୁ ୪, ମାଲକାନଗିରିରୁ ୩, ମୟୁରଭଂଜରୁ ୨୨, ନବରଂଗପୁରରୁ ୨, ନୟାଗଡ଼ରୁ ୩୯, ନୂଆପଡ଼ାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୦ ଓ ଷ୍ଟେଟ ପୁଲ୍‌ରୁ ୯୬ ଚିହ୍ନଟ ହୋଇଛନ୍ତି ।

jayashree
Leave A Reply

Your email address will not be published.