jayashree

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୬୨୮ ଜଣକୁ ବୃଦ୍ଧି ପାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସମ୍ବଲପୁରରୁ ୧୧, ଜଗତସିଂହପୁର ଓ ବରଗଡ଼ରୁ ୮ ଲେଖାଏଁ, ଯାଜପୁରରୁ ୪, ବୌଦ୍ଧରୁ ୩, ବଲାଙ୍ଗିର, ଝାରସୁଗୁଡ଼ା, କଳାହାଣ୍ଡି, ସୁନ୍ଦଗଡ଼, ଦେବଗଡ଼ ଓ ଢ଼େଙ୍କାନାଳରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ବାଲେଶ୍ୱର, ଖୋର୍ଦ୍ଧା, ପୁରୀ, ରାୟଗଡ଼ା ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.