lika

ରାଜ୍ୟରେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୫୨ : ଆଜି ୭୧ ଆକ୍ରାନ୍ତ ଚିହ୍ନଟ

gbag

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମାତ୍ର ୬୫୨ ରହିଛି । ଆଜି ୭୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୮ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨, ବାଲେଶ୍ୱରରୁ ୫, ବରଗଡ଼ରୁ ୪, ବଲାଙ୍ଗିରରୁ ୩, କଟକରୁ ୧, ଦେଓଗଡରୁ ୧, ଗଜପତିରୁ ୩, ଗଞ୍ଜାମରୁ ୬, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୨, କନ୍ଧମାଳରୁ ୧, ଖୋର୍ଦ୍ଧାରୁ ୧୧, କେରାପୁଟରୁ ୧, ମୟୁରଭଂଜରୁ ୬, ନୟାଗଡରୁ ୨, ନୂଆପଡାରୁ ୨, ପୁରୀରୁ ୨, ରାୟଗଡାରୁ ୧, ସମ୍ବଲପୁରରୁ ୫, ସୁନ୍ଦରଗଡ଼ରୁ ୪ ଓ ଷ୍ଟେଟ ପୁଲ୍‌ରୁ ୨ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୩୮୧୯୨ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୩୫୫୬୯ ଜଣ ସୁସ୍ଥ ହୋଇ ସାରିଛନ୍ତି ।

babaa
Leave A Reply

Your email address will not be published.