ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.