ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣଙ୍କର କରୋନା ସଂକ୍ରମଣରେ ପ୍ରାଣ ଗଲା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬ ହଜାର ୧୬୮ । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୨ ହଜାର ୧୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩ ହଜାର ୮୭୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୨ ହଜାର ୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୨୮୯୧୩୦ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.