pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୨୩୬କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ, କଟକରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ, ବାଲେଶ୍ୱରରୁ ୬ ଜଣ, ଅନୁଗୁଳରୁ ୪ ଜଣ, କେନ୍ଦୁଝରରୁ ୩ ଜଣ, ବଲାଙ୍ଗିର, ମୟୂରଭଞ୍ଜ ଓ ପୁରୀରୁ ୨ ଜଣେ ଲେଖାଏଁ ଏବଂ ଭଦ୍ରକ, କନ୍ଧମାଳ, ନୟାଗଡ, ନୂଆପଡା, ରାୟଗଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

nineteen − two =