ଭୁବନେଶ୍ୱର, (କେପିଏନ୍ଏସ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୫୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଅନୁଗୁଳ, ବୌଦ୍ଧ, ଝାରସୁଗୁଡା ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବରଗଡ, ବଲାଙ୍ଗିର ଓ ଦେବଗଡରୁ ୨ ଜଣ ଲେଖାଏଁ, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
Next Post