ରାଜ୍ୟରେ ଆଜି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୬୬୪ : ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୩୬୪୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨୧୨୭ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୧୫୩୭ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୫୯, ବାଲେଶ୍ୱରରୁ ୩୯, ବରଗଡ଼ରୁ ୨୧୦, ଭଦ୍ରକରୁ ୨୭, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୬, କଟକରୁ ୧୯୮, ଦେବଗଡ଼ରୁ ୩୦, ଢେ଼ଙ୍କାନାଳରୁ ୪୭, ଗଜପତିରୁ ୬୩, ଗଂଜାମରୁ ୬୬, ଜଗତସିଂହପୁରରୁ ୬୮, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୧୮୩, କଳାହାଣ୍ଡିରୁ ୩୨୪, କନ୍ଧମାଳରୁ ୧୬, କେନ୍ଦ୍ରାପଡ଼ାରୁ ୨୯, କେଉଁଝରରୁ ୫୬, ଖୋର୍ଦ୍ଧାରୁ ୭୦୪, କୋରାପୁଟରୁ ୩୯, ମାଲକାନଗିରରୁ ୪, ମୟୁରଭଂଜରୁ ୧୧୯, ନବରଂଗପୁରରୁ ୮୧, ନୟାଗଡ଼ରୁ ୨୮, ନୂଆପଡ଼ାରୁ ୨୨୧, ପୁରୀରୁ ୧୪୩, ରାୟଗଡ଼ାରୁ ୫୭, ସମ୍ବଲପୁରରୁ ୧୯୯, ସୋନପୁରରୁ ୧୬, ସୁନ୍ଦରଗଡ଼ରୁ ୩୪୦ ଓ ଷ୍ଟେଟ ପୁଲ୍‌ରୁ ୧୫୫ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସମୁଦାୟ ୩୬୮୨୫୮ ଜଣ ସଂକ୍ରମିତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩୪୪୮୨୫ ଜଣ ସୁସ୍ଥ ହୋଇ ସାରିଛନ୍ତି । ରାଜ୍ୟରେ ଏବେ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୪୩୬ ରହିଛି ।

Leave A Reply

Your email address will not be published.