om academy

ଆଜି ପୁଣି ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ଉପରେ : ଖୋର୍ଦ୍ଧା ଜିଲ୍ଲାରୁ ୧୦୯୨ ଏବଂ ବଲାଙ୍ଗିର ଜିଲ୍ଲାରୁ ୪୫୭ ଚିହ୍ନଟ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଆଜି ପୁଣି ରାଜ୍ୟରେ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ ହଜାର ଉପରେ ରହିଛି । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ଆଜି ୬୦୭୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଓ ସେମାନଙ୍କ ମଧ୍ୟରୁ ୩୫୨୨ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୫୫୧ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୨୩୯, ବାଲେଶ୍ୱରରୁ ୭୮, ବରଗଡ଼ରୁ ୨୮୬, ଭଦ୍ରକରୁ ୬୫, ବଲାଙ୍ଗିରରୁ ୪୫୭, ବୌଦ୍ଧରୁ ୬୪, କଟକରୁ ୧୯୮, ଦେବଗଡ଼ରୁ ୩୬, ଢେ଼ଙ୍କାନାଳରୁ ୧୨, ଗଜପତିରୁ ୭୯, ଗଂଜାମରୁ ୨୦୯, ଜଗତସିଂହପୁରରୁ ୬୨, ଯାଜପୁରରୁ ୧୦୭, ଝାରସୁଗୁଡ଼ାରୁ ୩୫୯, କଳାହାଣ୍ଡିରୁ ୨୭୭, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୬୪, କେଉଁଝରରୁ ୨୬୬, ଖୋର୍ଦ୍ଧାରୁ ୧୦୯୨, କୋରାପୁଟରୁ ୭୬, ମାଲକାନଗିରିରୁ ୨୯, ମୟୁରଭଂଜରୁ ୧୪୯, ନବରଂଗପୁରରୁ ୨୦୬, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୪୦୦, ପୁରୀରୁ ୨୨୬, ରାୟଗଡ଼ାରୁ ୭୭, ସମ୍ବଲପୁରରୁ ୧୫୮, ସୋନପୁରରୁ ୭୪, ସୁନ୍ଦରଗଡ଼ରୁ ୩୭୧ ଓ ଷ୍ଟେଟ ପୁଲ୍‌ରୁ ୨୧୩ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦୯୫୮ ରହିଛି ।

Leave A Reply

Your email address will not be published.