om academy

ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୪୧ ନୂଆ ଆକ୍ରାନ୍ତ ଚିହ୍ନଟ

jsm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୧୦୪୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏବେ ସକ୍ରିୟ ରୋଗୀଙ୍କ ସଂଖ୍ୟା ହ୍ରାସ ପାଇ ୧୦୯୮୮କୁ ଖସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬୦୫ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୪୩୬ ଜଣ ଆଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୫୭, ବାଲେଶ୍ୱରରୁ ୨୩, ବରଗଡ଼ରୁ ୩, ଭଦ୍ରକରୁ ୧୫, ବଲାଙ୍ଗିରରୁ ୧, ବୌଦ୍ଧରୁ ୧, କଟକରୁ ୧୩୨, ଦେବଗଡ଼ରୁ ୭, ଢେ଼ଙ୍କାନାଳରୁ ୧୦, ଗଜପତିରୁ ୩, ଗଂଜାମରୁ ୧୧, ଜଗତସିଂହପୁରରୁ ୮୧, ଯାଜପୁରରୁ ୩୬, କଳାହାଣ୍ଡିରୁ ୫, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ ୨୮, କେଉଁଝରରୁ ୧୭, ଖୋର୍ଦ୍ଧାରୁ ୩୮୩, କୋରାପୁଟରୁ ୫, ମାଲକାନଗିରିରୁ ୩, ମୟୁରଭଂଜରୁ ୨୮, ନବରଂଗପୁରରୁ ୨, ନୟାଗଡ଼ରୁ ୨୮, ନୂଆପଡାରୁ ୨, ପୁରୀରୁ ୩୪, ରାୟଗଡ଼ାରୁ ୨୬, ସମ୍ବଲପୁରରୁ ୯, ସୁନ୍ଦରଗଡ଼ରୁ ୫ ଓ ଷ୍ଟେଟ ପୁଲ୍‌ରୁ ୮୧ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.