pakka

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

bbehera

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୮୩୪କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକରୁ ୧୦, ଖୋର୍ଦ୍ଧାରୁ ୮, ଭଦ୍ରକରୁ ୬, ଯାଜପୁରରୁ ୫, ଗଞ୍ଜାମ, ପୁରୀ ଓ ଜଗତସିଂହପୁରରୁ ୪ ଜଣ ଲେଖାଏଁ, ବାଲେଶ୍ଵର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ଓ ମୟୁରଭଞ୍ଜରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେଓଗଡ଼, ଗଜପତି, କଳାହାଣ୍ଡି, କନ୍ଧମାଳ, ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.

twenty − 3 =