ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ଆକ୍ରାନ୍ତଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୯୭କୁ ବୃଦ୍ଧି ପାଇଛି । ୬୭ କରୋନା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ଯାଜପୁର ଜିଲ୍ଲାରୁ ୫ଜଣଙ୍କର ମୃତ୍ୟୁ ହୋଇଛି । କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସୋନପୁର, ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.