jsm

ସଡକ ସୁରକ୍ଷା ସଂପର୍କିତ ରକ୍ଷକ ତାଲିମ କାର୍ଯ୍ୟକ୍ରମ ଉଦ୍‌ଯାପିତ

csstore

କଳାହାଣ୍ଡି/ଭବାନୀପାଟଣା, (ପିକେସାହୁ) : ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ସହାୟତା ପ୍ରଦାନ ନିମନ୍ତେ ଅନୁଷ୍ଠିତ ହୋଇଥିବା “ରକ୍ଷକ” ତାଲିମ କାର୍ଯ୍ୟକ୍ରମ ସ୍ଥାନୀୟ ଭବାନୀପାଟଣା ସହର ଅବସ୍ଥିତ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ କାର୍ଯ୍ୟାଳୟଠାରେ ଉଦ୍‌ଯାପିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ତରଫରୁ ଆୟୋଜିତ ଏହି ପ୍ରଶିକ୍ଷଣ ଶିବିରରେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ମନୋଜ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁର୍ଘଟଣା ଗ୍ରସ୍ତଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇବାରେ ତାଲିମ ଦିଆଯାଇଥିବା “ରକ୍ଷକ” ସଦସ୍ୟମାନଙ୍କୁ ଗୁରୁ ଦାୟିତ୍ୱ ନିର୍ବାହ କରିବାକୁ ଆହ୍ୱାନ ଦେଇଥିଲେ । ସମ୍ମାନୀତ ଅତିଥି ଭାବେ ରକ୍ଷକର ରାଷ୍ଟ୍ରୀୟ ପ୍ରଶିକ୍ଷକ ଅଙ୍କୁର ଶର୍ମା ରକ୍ଷକ ପ୍ରକଳ୍ପ ମାଧ୍ୟମରେ ଦୁର୍ଘଟଣା ମାତ୍ରା ହ୍ରାସ କରିବା ସହ ଅମୂଲ୍ୟ ଜୀବନ ରକ୍ଷା କରିବା ଉପରେ ଗୁରୁତ୍ୱ ଦେଇଥିଲେ । ଅନ୍ୟତମ ସମ୍ମାନୀତ ଅତିଥି ଭାବରେ ଭବାନୀପାଟଣା ପୋଲିସ ଆରକ୍ଷୀ ନିରୀକ୍ଷକ ଚନ୍ଦ୍ର ଶେଖର ଶବର ପ୍ରଶିକ୍ଷକମାନଙ୍କୁ ଉତ୍ସାହିତ କରିଥିଲେ । ଆଞ୍ଚଳିକ ପରିବହନ ଅଧିକାରୀ ରାମ ନିବାସ ସିରୀକାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜାତୀୟ ପ୍ରଶିକ୍ଷକ ରତିକାନ୍ତ ନାଥଙ୍କ ତତ୍ତ୍ବାବଧାନରେ କଳାହାଣ୍ଡି, ନୂଆପଡା ଓ ବଲାଙ୍ଗିର ଜିଲ୍ଲାରୁ ପ୍ରଶିକ୍ଷାର୍ଥୀ ଭାବେ ସଂଜିବ କୁମାର ସାହୁ, ଶାନ୍ତନୁ କୁମାର ପରିଡା, ଦଇତାରି ପୁଜାରୀ, ରାମ ନାରାୟଣ ଦାଶ, ନାରାୟଣ ପ୍ରଧାନ, ମଦନ ମୋହନ ପ୍ରଧାନ, ଶିବ ପ୍ରସାଦ ସା, ପଲ୍ଲୀଶ୍ରୀ ପଟ୍ଟନାୟକ, ରଜନୀକାନ୍ତ ଜେନା, ରାଧାରାଣୀ ନାୟକ, ଭବାନୀ ଶଙ୍କର ପଣ୍ଡା, ସଂଜୟ କୁମାର ପୁରୋହିତ, ଗିରିରାଜ ଗହୀର, ସୁଧିର କୁମାର ପଣ୍ଡା, ବିଶ୍ବ ରଂଜନ ବେହେରା, ସୁଶାନ୍ତ କୁମାର ସାହୁ, ଅନୀଲ କୁମାର ମାଝୀ, ଗୋବିନ୍ଦ ବ୍ରହ୍ମା, ସୁଦାମ ଚରଣ ମିଶ୍ର, ମିଲନ କିଶୋର କୁମାର, ଦୁର୍ଯ୍ୟୋଧନ ପଶାୟତ, ରଶ୍ମୀ ରାଣୀ ଦାଶ, ଅରବିନ୍ଦ କୁମ୍ଭାର, ପ୍ରଭାକର ଛନ୍ଦା, ଅନିଲ କୁମାର ସା, ବିରଞ୍ଚି ନାରାୟଣ ଦାଶ, ଜୟଦେବ ବେହେରା, ଡମ୍ବରୁ ଧର ମାଝୀ, ନେତ୍ରାମ ହଂସ, ମୋହନ ଚରଣ ବିସି ପ୍ରମୁଖ ରେଡକ୍ରସ ପରାମର୍ଶଦାତା, ପୋଲିସ କର୍ମଚାରୀ ଓ ସ୍ବେଚ୍ଛାସେବୀ ସଂଗଠନର ଅଧିକାରୀମାନଙ୍କୁ ରକ୍ଷକ ତାଲିମ ପ୍ରମାଣ ପତ୍ର ଓ ପ୍ରାଥମିକ ଚିକିତ୍ସା କିଟ୍ ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମ ଶେଷରେ ଇଭେଣ୍ଟ ମ୍ୟାନେଜର କୁମାର ସୌଭାଗ୍ୟ ଧନ୍ୟବାଦ ଅର୍ପଣ କରିଥିଲେ ।

yuvodaya
Leave A Reply

Your email address will not be published.