jsm

ବିଜେଡିର ପ୍ରତିଷ୍ଠା ଦିବସରେ ରକ୍ତଦାନ ଶିବିର ଅନୁଷ୍ଠିତ : ୨୦୧ ୟୁନିଟ ରକ୍ତ ସଂଗ୍ରହ

csstore

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ବିଜେଡି ପ୍ରତିଷ୍ଠା ଦିବସ ଓଡିଶାର ମୁଖ୍ୟମନ୍ତ୍ରୀ ବି.ଜେ.ଡି ସୁପ୍ରିମ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ଗଞ୍ଜାମ ଜିଲ୍ଲା ବିଜେଡି ପକ୍ଷରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତର କୁଶପଲ୍ଲି ଗ୍ରାମରେ ଜୀବନ ବିନ୍ଦୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହାକୁ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ଯୋଗଦେଇ ଶୁଭ ଉଦ୍‌ଘାଟନ କରିଥିଲେ । ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱେଚ୍ଛାସେବୀ ମାନେ ସ୍ୱେଚ୍ଛାକୃତ ଭାବେ ୨୦୧ ୟୁନିଟ ରକ୍ତଦାନ କରିଥିଲେ । ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ, ଖଲ୍ଲିକୋଟ ବିଧାୟିକା ସୂର୍ଯ୍ୟମଣୀ ବୈଦ୍ୟ, ବାଙ୍କି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, ବ୍ରହ୍ମପୁର ମେୟର ସଙ୍ଘମିତ୍ରା ଦଳାଇ, ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ପଣ୍ଡା, ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ସନାତନ ବେହେରା, ବ୍ଲକ ଉପାଧ୍ୟକ୍ଷ ଅନ୍ତର୍ଯ୍ୟାମୀ ବେହେରା, ଲିଙ୍ଗରାଜ ମହାପାତ୍ର ପ୍ରମୁଖଙ୍କ ସହ ସ୍ଥାନୀୟ ଜନ ପ୍ରତିନିଧି ମାନେ ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । ଗଞ୍ଜାମ ଯୁବ ବିଜେଡି ନଗର ସଭାପତି ସୁଧିର କୁମାର ପାଢ଼ୀ ୨୬ ଜଣ ସ୍ୱେଚ୍ଛାକୃତ ରକ୍ତଦାତାଙ୍କୁ ନେଇ ରକ୍ତଦାନ କରିବା ସହ ସେ ମଧ୍ୟ ରକ୍ତଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ହଜାର ହଜାର ବିଜେଡି କର୍ମକର୍ତ୍ତା, ନିର୍ବାଚିତ ଜନ ପ୍ରତିନିଧି, ପଞ୍ଚାୟତ ସଭାପତି, ଯୁବ, ଛାତ୍ର, ମହିଳା କର୍ମୀମାନେ ଉପସ୍ଥିତ ରହିଥିଲେ ।

yuvodaya
Leave A Reply

Your email address will not be published.