ସେବା ସପ୍ତାହ ପାଳନ ଅବସରରେ ଆଜି ରକ୍ତଦାନ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ଭାରତୀୟ ଜନତା ପାର୍ଟି ପକ୍ଷରୁ ଦେଶବ୍ୟାପୀ ଚାଲିଥିବା ସେବା ସପ୍ତାହ କ୍ରମରେ ସୁବର୍ଣ୍ଣପୁର ଜିଲ୍ଲାରେ ମଧ୍ୟ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ସେବା ସପ୍ତାହ ପାଳନ ଅବସରରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ରକ୍ତ ଭଣ୍ଡାର କକ୍ଷରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଭାପତି ପ୍ରମୋଦ ମହାପାତ୍ରଙ୍କ ସଂଯୋଜନାରେ ୩୦ ଜଣ ବିଜେପି କର୍ମୀ ଏହି ରକ୍ତଦାନ କାର୍ଯ୍ୟକ୍ରମରେ ସାମିଲ ହୋଇ ୩୦ ୟୁନିଟ ରକ୍ତଦାନ କରିଛନ୍ତି । ଜିଲ୍ଲା ବିଜେପିର ବରିଷ୍ଠ ନେତା ଅଶୋକ ପୂଜାରୀ ଓ ବଳଦେବ ବେଦବାକ୍ ପ୍ରମୁଖ ରକ୍ତଦାନ କରିବା ସହ ରକ୍ତଦାନ ଶିବିର ପରିଚାଳନାରେ ସହଯୋଗ କରିଥିଲେ ।

Leave A Reply

Your email address will not be published.