ଫର୍ ପକ୍ଷରୁ ରକ୍ତଦାନ ଶିବିର

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ସଦର ମହକୁମା ସ୍ଥିତ କଲ୍ୟାଣ ମଣ୍ଡପଠାରେ ସ୍ୱେଚ୍ଛାସେବୀ ସଂଗଠନ ଫାଇଟ୍ ଅନ୍ ରାଇଟ୍ ଏବଂ ଆମ ଓଡ଼ିଶା ପକ୍ଷରୁ ଯୁବ ସ୍ୱାଭିମାନ ଦିବସ ଅବସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ରାଜ୍ୟ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ସୁଶାନ୍ତ ସିଂ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ । ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବିଜେପୁର ବିଧାୟିକା ରୀତା ସାହୁ, ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ପ୍ରମୁଖ ଯୋଗଦେଇ ଥିଲେ । ଫାଇଟ ଅନ୍ ରାଇଟ୍‌ର ସଭାପତି ଇପ୍ସ ଦେବବ୍ରତ ମିଶ୍ର ଶିବିରକୁ ପରିଚାଳନା କରିଥିଲେ । ଏଥିରେ ୨ଶହ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା ।

Leave A Reply

Your email address will not be published.