ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ସର୍ବୋଦୟ ଆନ୍ଦୋଳନର ପ୍ରବାଦ ପୁରୁଷ ତଥା ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ଉତ୍ସବ ପାଳନ ଅବସରରେ ସମିତି ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ୧୩୬ ବିଏସ୍ଏଫ୍ର କାମାଣ୍ଡେଣ୍ଡ ମାନସ ରଞ୍ଜନ ପଣ୍ଡା ଓ ସମ୍ମାନିତ ଅତିଥି ଭାବେ ଡେପୁଟି କାମାଣ୍ଡେଣ୍ଡ କମଳ ଲୋଚନ ଦାସ ଯୋଗ ଦେଇ ବିଶ୍ଵନାଥ ଆଜ୍ଞାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପଧୂପ ପ୍ରଜ୍ୱଳନ କରି ଶିବିରଟିକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏଥିରେ ସମିତିର ସହ ସମ୍ପାଦକ ରବିନ୍ଦ୍ର କୁମାର ପଣ୍ଡା ପରିଚାଳନା କରିଥିବା ବେଳେ ସମ୍ପାଦକ ଉତ୍ସବ ଚନ୍ଦ୍ର ଜେନା ଉପସ୍ଥିତ ରହି ଉତ୍ସାହ ପ୍ରଦାନ କରିଥିଲେ । ଏହି ରକ୍ତଦାନ ଶିବିରରେ ସମିତିର ବିଭିନ୍ନ ଶାଖାର କର୍ମୀ ଓ ୧୬ ଜଣ ବିଏସ୍ଏଫ୍ମାନେ ଯୋଗ ଦେଇ ମୋଟ ୪୧ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା । ଏଥିରେ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର ଡ଼ଃ. ଏସ. ରାମ ପାତ୍ର ଓ ତାଙ୍କ ସହଯୋଗୀଙ୍କ ନେତୃତ୍ୱରେ ସମିତିର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।
Prev Post