କନାପାଲିଠାରେ ରକ୍ତଦାନ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ୟଧାନ) : ବରଗଡ଼ ଜିଲ୍ଲାରେ ରକ୍ତାଭାବ ଦୂର କରିବା ପାଇଁ ଓଡିଶା ମୋ ପରିବାର ଓ ଜୀବନ ବିନ୍ଦୁ ଆନୁକୂଲ୍ୟରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ସୋହେଲା ବ୍ଲକ ଅନ୍ତର୍ଗତ କନାପାଲିଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ଶ୍ରମ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ଉଦ୍‌ଘାଟନ କରିଥିଲେ । ଏହି ଶିବିରରେ ମୋଟ ୪୨ ୟୁନିଟ ରକ୍ତ ସଂଗୃହୀତ କରାଯାଇଥିଲା । ଜିଲ୍ଲା ପରିଷଦ ସଭ୍ୟ ସୁବ୍ରତ ବେହେରାଙ୍କ ପ୍ରୟାସରେ ଅଂଚଳର ଅନେକ ମହିଳା ଓ ଯୁବକମାନେ ସ୍ବେଚ୍ଛାକୃତ ଭାବେ ଆସି ରକ୍ତଦାନ କରି ନିଜେ ଖୁସି ଅନୁଭବ କରିବା ସହ ରକ୍ତଦାନ କରିବା ପାଇଁ ଅନ୍ୟ ମାନଙ୍କୁ ମଧ୍ୟ ଉତ୍ସାହିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ମୋ ପରିବାର ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ଗୌରହରି ମିଶ୍ର, ବରଗଡ ବିଜୁ ଯୁବ ଜନତା ଦଳର ଜିଲ୍ଲା ସଭାପତି ପ୍ରଦ୍ୟୁମ୍ନ ତ୍ରିପାଠୀ, ଉତ୍ତର କୁମାର ବାରିକଙ୍କ ସମେତ ସ୍ଥାନୀୟ ଯୁବକ ଓ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ ।

Leave A Reply

Your email address will not be published.