ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ସମ୍ପୂର୍ଣ୍ଣ ରାମାୟଣ କଥନ ପ୍ରତିଯୋଗିତା ଅନୁଷ୍ଠିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଅଯୋଧ୍ୟାରେ ଶ୍ରୀରାମ ମନ୍ଦିରର ପ୍ରାଣ-ପ୍ରତିଷ୍ଠାତ୍ସୋବ ଅବସରରେ ଛତ୍ରପୁର ଶ୍ରୀରାମନଗର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଅଧ୍ୟାପିକା ଶ୍ରୀମତୀ ନିଖିଳପ୍ରଭା ମିଶ୍ର ଯୋଗଦେଇ ଭଗବାନ ଶ୍ରୀରାମଙ୍କ ଜନ୍ମ ଚରିତ ସହିତ ଏକ ନିଜସ୍ୱ କବିତା ପାଠ କରିଥିଲେ । ପ୍ରଧାନାଚାର୍ଯ୍ୟ ରବୀନ୍ଦ୍ରନାଥ ଦାଶ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିବା ସହିତ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଶିଶୁମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ରାମାୟଣ କଥନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଆଚାର୍ଯ୍ୟ ଦୀପକ କୁମାର ଦାଶ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ଏହି ଅବସରରେ ଶିଶୁମାନଙ୍କୁ ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠାର ସିଧାପ୍ରସାରଣ ପ୍ରୋଜେକ୍ଟର ମାଧ୍ୟମରେ ଦେଖାଯାଇଥିଲା । ଶେଷରେ କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।

Leave A Reply

Your email address will not be published.