ରାଣା ପ୍ରତାପ ସ୍କୁଲରେ ‌ମେଗା ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ ଆୟୋଜିତ : ୧୭୮ ୟୁନିଟ ରକ୍ତ ସଂଗ୍ରହ

ବରଗଡ଼, (ସତ୍ୟ ନାରାୟଣ ପ୍ରଧାନ) : ବରଗଡ଼ ଜିଲ୍ଲା ଭାରତ ସ୍କାଉଟ ଗାଇଡ ଏବଂ ଓଡ଼ିଶା ସରକାରଙ୍କ ଓଡ଼ିଶା ମୋ ପରିବାରର ମିଳିତ ଆନୁକୂଲ୍ୟରେ ମେଗା ରକ୍ତଦାନ ଶିବିର ‘ଜୀବନ ବିନ୍ଦୁ’ ଆଜି ରାଣା ପ୍ରତାପ ସ୍କୁଲ ପରିସରରେ ଆୟୋଜିତ ହୋଇଯାଇଛି । ବରଗଡ଼ ବ୍ଲକ ଶିକ୍ଷା କାର୍ଯ୍ୟାଳୟ ଦ୍ୱାରା ଆୟୋଜିତ ଉକ୍ତ ଶିବିରକୁ ରାଜ୍ୟ ସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବ୍ଲକ ଶିକ୍ଷା ଅଧିକାରୀ ସେବାଶ୍ରୀ ଭୋଇ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ରମାକାନ୍ତ ଛତର, ଜ୍ୟୋତି କାନ୍ତ ସାହୁ, ଛତ୍ରପତି ସାହୁ, ସୁଦିପ କୁମାର ରଥ, ଆଶୁତୋଷ ଦେ, ଓଡ଼ିଶା ମୋ ପରିବାରର ସଂଯୋଜକ ଗୌର ମିଶ୍ର ପ୍ରମୁଖ ଯୋଗ ଦେଇଥିଲା । ଜର୍ଜ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀ ଅମୃତା ସାହୁଙ୍କ ସଂଯୋଜନାରେ ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷକ ଗୋପବନ୍ଧୁ ପୁରୋହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ସଂପୂର୍ଣ୍ଣ କାର୍ଯ୍ୟକ୍ରମ ଗୁଡିକ ଶିକ୍ଷକ ସୂର୍ଯ୍ୟ ପଣ୍ଡା ପରିଚାଳନା କରିଥିଲେ । ଆରମ୍ଭରେ ପ୍ରାରମ୍ଭିକ ସଂଗୀତ ଗାନ କରାଯାଇଥିବା ବେଳେ ରାଣା ପ୍ରତାପ ସ୍କୁଲର ଛାତ୍ରୀ ମାନଙ୍କ ଦ୍ୱାରା ଶେଷରେ ନୃତ୍ୟ ପରିବେଷଣ କରିଥିଲେ । ଉକ୍ତ ଶିବିରରୁ ୧୭୮ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ।

jittmm
Leave A Reply

Your email address will not be published.