ଜୁଲାଇ ୧୪ ଏବଂ ୧୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି

ନୂଆଦିଲ୍ଲୀ, (ପିଆଇବି) : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୧୪ ଓ ୧୫ ତାରିଖରେ ଭୁବନେଶ୍ୱର ଏବଂ କଟକ ଗସ୍ତରେ ଆସୁଛନ୍ତି । ଜୁଲାଇ ୧୪ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍ସ)ର ପଞ୍ଚମ ସମାବର୍ତ୍ତନ ସମାରୋହରେ ଅଂଶଗ୍ରହଣ କରିବେ । ଜୁଲାଇ ୧୫ ତାରିଖରେ ଶ୍ରୀମତୀ ମୁର୍ମୁ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଅତିଥି ଭାବେ ଯୋଗଦାନ କରିବା ସହିତ ରେଭେନ୍ସା ବାଳିକା ଉଚ୍ଚ ବିଦ୍ୟାଳୟର ତିନୋଟି ଅଟ୍ଟାଳିକାର ପୁନର୍ବିକାଶ ଲାଗି ଶିଳାନ୍ୟାସ କରିବେ । ସେ ମଧ୍ୟ ଆଦିକବି ସାରଳା ଦାସଙ୍କ ଜନ୍ମ ବାର୍ଷିକୀ ସମାରୋହରେ ଯୋଗ ଦେବା ସହିତ କଳିଙ୍ଗ ରତ୍ନ ପୁରସ୍କାର-୨୦୨୪ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି ।

jittmm
Leave A Reply

Your email address will not be published.