ଆସନ୍ତା ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଛାତ୍ରୀଙ୍କୁ ପିଏଚ୍‌ଡି ଡିଗ୍ରୀ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି । ୧୧ରେ ଲିଙ୍ଗରାଜଙ୍କ ଦର୍ଶନ କରି କଟକ ସ୍ଥିତ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ଇଣ୍ଡିଆନ ରାଇସ କଂଗ୍ରେସକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ଏ ନେଇ ସୋମବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପୋଲିସ ଡିଜି, ପୋଲିସ କମିଶନର, ଗୋଇନ୍ଦା ନିର୍ଦ୍ଦେଶକ, ଆଇନ ଶୃଙ୍ଖଳା ଏଡିଜି ପ୍ରମୁଖ ଉପସ୍ଥିତ ଥିଲେ । ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ନେଇ ବୈଠକରେ ଆଲୋଚନା ହୋଇଥିଲା ।

Leave A Reply

Your email address will not be published.

error: Content is protected !!