
ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ରତିକାନ୍ତ ମହାନ୍ତିଙ୍କ ଶନିବାର ପ୍ରତ୍ୟୁଷରେ ପରଲୋକ ଘଟିଛି । କିଛି ଦିନ ଧରି ସେ ଆସୁସ୍ଥ ଥିବାରୁ ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ । ସେଠାରେ ଚିକିତ୍ସାରତ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ ବିଭିନ୍ନ ଆଞ୍ଚଳିକ ଓ ଜାତୀୟ ଗଣମାଧ୍ୟମର ପ୍ରତିନିଧି ଭାବେ କାର୍ଯ୍ୟ କରିଥିଲେ । ଦୀର୍ଘ ୪ ଦଶନ୍ଧି ଧରି ସ୍ୱଚ୍ଛ , ନିରପେକ୍ଷ ଏବଂ ନିର୍ଭୀକତାର ସହ ସାମ୍ବାଦିକତା କରୁଥିଲେ ରତିକାନ୍ତ ମହାନ୍ତି । ତାଙ୍କ ବିୟୋଗରେ ସାମ୍ବାଦିକ ମହଲରେ ଶୋକର ଛାୟା ଖେଳିଯାଇଛି । ସେ ଜଣେ ପରୋପକାରୀ, ସ୍ନେହୀ, ସରଳ ଜୀବନ ଯାପନ କରୁଥିବା ବ୍ୟକ୍ତି ଥିଲେ ।