csstore

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ : କୁରସୁଡ଼ ଓ ବଙ୍ଗୋମୁଣ୍ଡା ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କଜମାର ହଂସ ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ଓ ତାଳଭଟା ଗ୍ରାମବାସୀଙ୍କ ମିଳିତ ଆନୁକୂଲ୍ୟରେ ମା’ ସାହାଜି ଯୁବକ ସଂଘର ସହଯୋଗରେ ଚାଲିଥିବା ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଷଷ୍ଠ ଦିବସରେ ପହଞ୍ଚିଛି । ଷଷ୍ଠ ଦିବସରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ସ୍ୱାଧୀନ ବିଧାୟକ ପ୍ରାର୍ଥୀ ତଥା ଅବସରପ୍ରାପ୍ତ ସୈନିକ ଧନେଶ୍ୱର ମାଝୀ, ସମ୍ମାନୀୟ ଅତିଥି ଭାବେ କପିଲାଭଟା ହାଇସ୍କୁଲର କ୍ରୀଡା ଶିକ୍ଷକ ନୀଳମଣି ବିଶି, ଗାଁ ସାଥି ଦଶରଥ ବେହେରା, ରାମଚନ୍ଦ୍ର ବିଶି, ରୋହିତାଶ ବେହେରା, ପରମେଶ୍ୱର ମହାନନ୍ଦ, କୃପାସିନ୍ଧୁ ହଂସ, କଳାକାର ସୁଶୀଲ ପୋଡ଼ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ ଖେଳାଲିମାନଙ୍କୁ ଉତ୍ସାହିତ କରିଥିଲେ । ଷଷ୍ଠ ଦିବସର ପ୍ରଥମ ରାଉଣ୍ଡରେ କୁରସୁଡ଼ ଓ ପତ୍ରାପାଲି (ଖ) ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିବା ବେଳେ କୁରସୁଡ଼ ଦଳ ବିଜୟୀ ହୋଇଥିଲା । ଦ୍ଵିତୀୟ ରାଉଣ୍ଡରେ ଖଇରା ଓ ବଙ୍ଗୋମୁଣ୍ଡା ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏଥିରେ ଖଇରା ଦଳକୁ ପରାସ୍ତ କରି ବଙ୍ଗୋମୁଣ୍ଡା ଦଳ ବିଜୟୀ ହୋଇଥିଲା । ରେଫରୀ ତାପସ ପତି ଖେଳ ପରିଚାଳନା କରିଥିବା ବେଳେ ଲାଇନରେ ସାମନ୍ତ ହେର୍ଣ୍ଣା ଓ ପୁରନ୍ଦର କରୁଆଁ ସହଯୋଗ କରିଥିଲେ । ପରମାନନ୍ଦ ଛତ୍ରିଆ, ରୋଶନ ବିଶି ଧାରା ବିବରଣୀ ପ୍ରଦାନ କରିଥିଲେ । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସ, ସମ୍ପାଦକ ଆଶିଷ ବେହେରା, କୋଷାଧ୍ୟକ୍ଷ ରାହୁଲ ବାଗ, କୁଶଧ୍ଵଜ ବେହେରା, ଟୁନା ହଂସ, ଟିକେଶ୍ୱର ବିଶିଙ୍କ ସହ ଆୟୋଜକ କମିଟିର ସମସ୍ତ ସଦସ୍ୟମାନେ ସହଯୋଗ କରିଥିଲେ ।

jayashree
Leave A Reply

Your email address will not be published.