ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଯୁବ ରେଡକ୍ରସ୍ ତାଲିମ ଶିବିର

ବରଗଡ଼, (ସତ୍ୟନାରାୟଣ ପ୍ରଧାନ) : ବରପାଲି ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ଯୁବ ରେଡକ୍ରସ୍ ତାଲିମ ଶିବିର ଆୟୋଜିତ ହୋଇଯାଇଛି । ଅଧକ୍ଷା ପଦ୍ମିନୀ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ବିଜେପୁର ବିଧାୟିକା ରୀତା ସାହୁ ଯୋଗ ଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ । ଏଥିରେ ସମ୍ମାନିତ ଅତିଥି ଭାବରେ ମହାବିଦ୍ୟାଳୟର ପ୍ରତିଷ୍ଠାତା ସଭ୍ୟ ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେଇଥିଲେ । ଉତ୍ସବରେ ରେଡକ୍ରସ୍ କାଉନସିଲର ଯତୀନ୍ଦ୍ର କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ରେଡକ୍ରସ୍ ସହଯୋଗୀ ନିଳୀମା ନାୟକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଜଗବନ୍ଧୁ ଦାସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ କାଉନସିଲର, ସତଲମା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ କାଉନସିଲର, ବରପାଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସ୍ନାତକ ମହାବିଦ୍ୟାଳୟର କାଉନସିଲର, ଘନଶ୍ୟାମ ଦାସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ କଟାପାଲିର ଅଧ୍ୟକ୍ଷ ଓ କାଉନସିଲର, କଟାପାଲି ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ କାଉନସିଲର, ରେଶମ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ କାଉନସିଲର, ଖୁଣ୍ଟପାଲି ବାବା ବାଲୁଙ୍କେଶ୍ୱର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ଓ କାଉନସିଲର, ଫର୍ମାସିଟିକାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଟିଙ୍ଗିପାଲିର କାଉନସିଲର, ମା ମାହେଶ୍ୱରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତେତେଲପାଲିର ଅଧ୍ୟକ୍ଷ ଓ କାଉନସିଲର ଓ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ତିନିଦିନ ଧରି ଅନୁଷ୍ଠିତ ହେବାକୁ ଥିବା କ୍ଲଷ୍ଟର ସ୍ତରୀୟ ଯୁବ ରେଡକ୍ରସର ଶିକ୍ଷା ଓ ପ୍ରଶିକ୍ଷଣ ଶିବିରର ପ୍ରାସଙ୍ଗିକତାକୁ କେନ୍ଦ୍ର କରି ଅନେକ ଉପାଦେୟ ତଥ୍ୟ ପ୍ରଦାନ କରାଯାଇଥିଲା ।

Leave A Reply

Your email address will not be published.

five + sixteen =