ଆଜି ଓଡ଼ିଶା ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଗୁରୁବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ପକ୍ଷରୁ ଆୟୋଜିତ ମୋଦୀ ଅ୨୦ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେବେ । ସକାଳ ୮.୪୫ ମିନିଟରେ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀରୁ ବିମାନରେ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଓହ୍ଲାଇବେ । ସେଠାରୁ ସିଧା ପୁରୀଗସ୍ତରେ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହ ବିଜେପିର ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହେବେ । ଭୁବନେଶ୍ୱର ଫେରିବା ବାଟରେ ଚନ୍ଦନପୁର ନିକଟବର୍ତ୍ତୀ ବୀରପ୍ରତାପପୁର ଗାଁରେ ରେଲୱେର ନିର୍ମାଣାଧୀନ ଲେବଲ କ୍ରସିଂ ଫାଟକ କାର୍ଯ୍ୟ ସମୀକ୍ଷା କରିବେ । ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦେଇ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ ବୋଲି ଜଣାପଡ଼ିଛି ।

Leave A Reply

Your email address will not be published.

thirteen − 3 =