oom

ରୋଗୀ କଲ୍ୟାଣ ସମିତି ପରିଚାଳନା କମିଟି ବୈଠକ ଅନୁଷ୍ଠିତ

jsmm

ସୁବର୍ଣ୍ଣପୁର, (ପ୍ରଭୁଦତ୍ତ ରଥ) : ସାହାଜପିଟା ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ରର ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ପରିଷଦ ସଭ୍ୟ ପୂର୍ଣ୍ଣଚନ୍ଦ୍ର ବିଶିଙ୍କ ଅଧ୍ୟକ୍ଷ୍ୟତାରେ ଅନୁଷ୍ଠିତ ଏହି ବୈଠକରେ ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଚିକିତ୍ସାଧିକାରୀ ଡାକ୍ତର ସୌରଭ ସାହୁ ଉପସ୍ଥିତ ସଭ୍ୟମାନଙ୍କୁ ଆୟବ୍ୟୟର ବିବରଣୀ ପ୍ରଦାନ କରିଥିଲେ ଏବଂ ଆଗାମୀ ଦିନରେ ରୋଗୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଭିନ୍ନ ଯୋଜନା ପ୍ରସ୍ତୁତ ହୋଇଥିଲା । ଏହି ଅବସରରେ ସାହାଜପିଟା ପ୍ରାଥମିକ ସ୍ଵାସ୍ଥ୍ୟକେନ୍ଦ୍ର କାୟାକଳ୍ପ ପୁରସ୍କାର ପାଇଁ ପୁନଶ୍ଚ ମନୋନୀତ ହୋଇଥିବାରୁ ନାଇକେନପାଲି ଗୋଷ୍ଠି ସ୍ଵାସ୍ଥ୍ୟ କେନ୍ଦ୍ରର ଅଧିକ୍ଷକ ଡାକ୍ତର ସଂଗୀତା ଚୌଧୁରୀ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଜନସ୍ଵାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ପ୍ରଦ୍ୟୁମ୍ନ କୁମାର ସାହୁ, ବିପିଏମ ଅଶୋକ ମିଶ୍ର, ଆଇସିଡିଏସ ସୁପରଭାଇଜର ରେଣୁକା ପଣ୍ଡା, ଫାର୍ମାସିଷ୍ଟ ଜଗଦିଶ ଦାଶ, ମୋହନ କର୍ମୀ ପ୍ରମୁଖ ଉପସ୍ଥିତ ରହି ନିଜର ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ । ଡାକ୍ତର ପ୍ରସନ୍ନ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।

jittmm
Leave A Reply

Your email address will not be published.