ତୃତୀୟ ପର୍ଯ୍ୟାୟରେ ଆଉ ୩୨୮ଟି ହାଇସ୍କୁଲ ରୂପାନ୍ତରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୫ଟି ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୩୨୮ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ କରିଛନ୍ତି । ଏଥିରେ ବଲାଙ୍ଗିର ଜିଲ୍ଲାର ୧୦୦ଟି ହାଇସ୍କୁଲ, ସମ୍ବଲପୁରର ୬୧ଟି, ପୁରୀର ୫୩ଟି ଓ କେନ୍ଦ୍ରାପଡ଼ାର ୫୬ଟି ଏବଂ କୋରାପୁଟର ୫୮ଟି ହାଇସ୍କୁଲ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରୂପାନ୍ତରିତ ସ୍କୁଲର ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇବା ସହ ନିଜ ଜୀବନରେ ୫ଟି ମନ୍ତ୍ରର ଉପଯୋଗ ବିଷୟରେ ସମସ୍ତଙ୍କୁ ପରାମର୍ଶ ଦେଇଛନ୍ତି । ଗତ ୨ଟି ପର୍ଯ୍ୟାୟରେ ରାଜ୍ୟରେ ୩,୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଥିବା ବେଳେ ୩ୟ ପର୍ଯ୍ୟାୟକୁ ମିଶାଇ ସମୁଦାୟ ୬,୧୩୨ଟି ସ୍କୁଲ ରୂପାନ୍ତରିତ ହେବ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.